ନିଯୁକ୍ତହେବେ ୨୦ହଜାର ପ୍ରାଥମିକଶିକ୍ଷକ

0 89

ଭୁବନେଶ୍ୱର,୧୧ା୯(ଏସଏସନିଉଜ) ରାଜ୍ୟରେ ନିଯୁକ୍ତ ପାଇବାକୁ ଯାଉଛନ୍ତି ୨୦ ହଜାର ପ୍ରାଥମିକ ଶିକ୍ଷକାଏଥିନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବାସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ (ସିମାଟିକ୍‌) ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷାକାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ୱେବସାଇଟ୍‌ରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍‌ରେ ଆବେଦନ କରିବାସହ ଅକ୍ଟୋବର ୧୦ ତାରିଖ ଆବେଦନର ଶେଷ ସମୟ ରଖାଯାଇଛି ।ଏହି ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ ।କେବଳ ଓସେପାର ୱେବସାଇଟ୍(https://osepa.odisha.gov.in) ରେ ଆଶାୟୀମାନେ ଆବେଦନ କରିବେ ବୋଲି କୁହାଯାଇଛି ।

Leave A Reply

Your email address will not be published.