ନିର୍ବାଚନ ପାଇଁ ସଜବାଜ

0 87

ଭୁବନେଶ୍ୱର,୧୩ା୯(ଏସଏସନିଉଜ)ଭୁବନେଶ୍ୱରରେ ପହଁଚିଛନ୍ତି ଜାତୀୟ ନିର୍ବାଚନ କମିଶନଙ୍କ ଟିମ୍ ।ଏହି ଟିମ୍ ଭୁବନେଶ୍ୱରରେ ପହଁଚିବାପରେ ଓଡ଼ିଶା ରାଜନୀତିକୁ ପୁଣି ଥରେ ଚଳଚଂଳ କରିଦେଇଛି ।ଆଜି ଏହି ଟିମ୍ ଖାରବେଳ ଭବନରେ ଜିଲ୍ଲାପାଳଙ୍କ ବୈଠକରେ ଯୋଗଦେବେ । ଜିଲ୍ଲାପାଳଙ୍କ ସହ ପ୍ରସ୍ତୁତିର ସମୀକ୍ଷା କରିବେ ନିର୍ବାଚନ ଆୟୋଗଙ୍କ ଟିମ୍ । ବୈଠକରେ ଭୋଟରତାଲିକା ପ୍ରସ୍ତୁତିନେଇ ହେବଆଲୋଚନା । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ସମ୍ବେଦନଶୀଳ ବୁଥ୍ ଉପରେ ହେବ ଚର୍ଚ୍ଚା ।ତେବେ ନିର୍ବାଚନ ପାଇଁ ବିଧିବନ୍ଧ ଭାବେ ତାରିଖ ଘୋଷଣା ହୋଇନଥିବା ବେଳେ ତିନି ପ୍ରମୁଖ ଦଳର ନେତାମାନେ ନିଜ ନିଜ ରଣନୀତି ପ୍ରସ୍ତୁତ ଆରମ୍ଭ କରିଦେଇଛନ୍ତି ।

Leave A Reply

Your email address will not be published.