ଓଡ଼ିଶାରେ ଦୁଇ କେନ୍ଦ୍ରମନ୍ତ୍ରୀ

0 189

ଭୁବନେଶ୍ବର,୧୯/୮(ଏସଏସନିୟୁଜ) ବିଜେପିର ଜନ ଆଶୀର୍ବାଦ ଯାତ୍ରା ଗୁରୁବାର ଠାରୁ ଆରମ୍ଭ ହେବାକୁ ଯାଉଛି ।ଏଥିରେ ସାମିଲ୍ ହେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ଦୁଇ ମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଉଭୟଙ୍କୁ ଦଳ ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ବିନୀ ବୈଷ୍ଣବ ଏକ ଶୋଭାଯାତ୍ରାରେ ପୁରୀ ଅଭିମୁଖେ ଯାଇଛନ୍ତି। ଆଜିଠାରୁ ୨୨ ତାରିଖ ପର‌୍ୟ୍ୟନ୍ତ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ କଟକ ଓ ଖୋର୍ଦ୍ଧା ,କୋରାପୁ. ଜୟପୁର, ନବରଙ୍ଗପୁର, କେସିଙ୍ଗା, ଟିଟିଲାଗଡ଼, କଣ୍ଟାବାଞ୍ଝି, ପାଟଣାଗଡ଼ .ବଲାଙ୍ଗିର ଆଦି ଜିଲ୍ଲାଗସ୍ତ କାର‌୍ୟ୍ୟକ୍ରମ ରହିଛି ।

Leave A Reply

Your email address will not be published.