ପଙ୍ଗପାଳ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

0 305

ଭୁବନେଶ୍ୱର୨/୬(ଏସ୍ଏସ୍ ନ୍ୟୁଜ)ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରାଜ୍ୟରେ ସମ୍ଭାବ୍ୟ ପଙ୍ଗପାଳ ଉପଦ୍ରବ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯାଇଥିଲା । ପଙ୍ଗପାଳମାନଙ୍କ ଗତିବିଧି ଉପରେ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ତୀକ୍ଷଣ ନଜର ରଖିବା ସହିତ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ଉପରେ ବୈଠକରେ ଗୁରୁତ୍ୱ ଆରୋପ କରାଯାଇଥିଲା । ପଙ୍ଗପାଳ ନିୟନ୍ତ୍ରଣ ପାଇଁ ଆବଶ୍ୟକ ହେଲେ ଦମକଳ ଜରିଆରେ ପ୍ରଭାବିତ ଅଞ୍ଚଳରେ ଔଷଧ ସିଞ୍ଚନ ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।ରାଜ୍ୟରେ ପଙ୍ଗପାଳ ଉପଦ୍ରବକୁ ନିୟନ୍ତ୍ରଣ କରିବା ପାଇଁ ଉଭୟ ରାଜ୍ୟ ଓ ଜିଲ୍ଲା ସ୍ତରରେ କଣ୍ଟ୍ରୋଲ ରୁମ ଖୋଲାଯାଇଛି । ରାଜ୍ୟର ସାଢ଼େ ଛଅ ଲକ୍ଷ ଚାଷୀଙ୍କୁ ଏ ସଂକ୍ରାନ୍ତୀୟ ହ୍ଵାଟ୍ସଅପ ମେସେଜ ଏବଂ ଆଠ ଲକ୍ଷ ଚାଷୀଙ୍କୁ ଭଏସ ମେସେଜ ପଠାଯିବ ସହିତ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ନିୟମିତ ଚାଷୀଙ୍କ ସହ ଯୋଗାଯୋଗ ରେ ଅଛି । ଓଡ଼ିଶାର ପଶ୍ଚିମ ଓଡ଼ିଶାରେ ବିଶେଷ କରି ପଙ୍ଗପାଳ ଉପଦ୍ରବ ଆଶଙ୍କା ରହିଛି । ଗତକାଲି ଛତିଶଗଡ଼ ଆସିଥିବା ପଙ୍ଗପାଳ ଦଳ ପୁଣି ମଧ୍ୟପ୍ରଦେଶ କୁ ଫେରିଯାଇଛି ବୋଲି ଜଣାପଡିଛି । ତଥାପି ବୈଠକରେ ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି।
ଆଜିର ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଙ୍କ କାର‌୍ୟ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଅଗ୍ନିଶମ ସେବା ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ , କୃଷି ଓ କୃଷକ ସଶକ୍ତିକରଣ ବିଭାଗ ର ସ୍ୱତନ୍ତ୍ର ସଚିବ, ଓୟୁଏଟି କୁଳପତି, କୃଷି ନିର୍ଦେଶକ ଏବଂ ଭାରତ ସରକାରଙ୍କ ସମନ୍ୱିତ ରୋଗପୋକ ନିୟନ୍ତ୍ରଣ କେନ୍ଦ୍ରର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.