ପରଲୋକରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ

0 255

ଭୁବନେଶ୍ୱର,୨/୬(ଏସଏସନିୟୁଜ) କରୋନାରେ ଆଖି ବୁଜିଲେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ । କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରସ୍ଥିତ ସମ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେ ସୁସ୍ଥ ହୋଇଯିବେ ବୋଲି ସମସ୍ତେ ଆଶାକରିଥିବାବେଳେ ଶେଷରେ ସେ ଜୀବନଯୁଦ୍ଧରେ ହାରିଯାଇଛନ୍ତି । ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ବିଜୟଶ୍ରୀ ରାଉତରାୟ ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ୬ ଥର ଜିତିବାସହ ନବୀନ ସରକାରରେ ଏକାଧିକ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ । ତାଙ୍କ ବିୟୋଗରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି ।ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ରାଉତରାୟ ଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା କରିଛନ୍ତି।ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ ।ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦଷତାର ସହ ନିର୍ବାହ କରିଥିଲେ ।ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମର ସଦ୍ ଗତି କାମନା କରଛନ୍ତି ।ବିଜୟଶ୍ରୀ ରାଉତରାୟ ଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗ ସ୍ବର୍ଗତ ରାଉତରାୟ ଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଥିଲେ ।

Leave A Reply

Your email address will not be published.