ପଥପାର୍ଶ୍ବ ବିକ୍ରେତାମାନଙ୍କୁ ସାହାଯ୍ୟର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ

0 187

ଭୁବନେଶ୍ୱର,୨୪/୧୨(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି ।
ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି । ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି। ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ। ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ବ ବିକ୍ରେତା ହେଉଛନ୍ତି ଗୁରୁତ୍ବପୂର୍ଣ୍ଣ ଅଂଶ । ବଡ ବଡ ମଲ୍ ଓ ଦୋକାନ ଥିବା ସତ୍ତ୍ବେ, ପଥପାର୍ଶ୍ବ ବିକ୍ରେତା ମାନଙ୍କର ଗୁରୁତ୍ବ ରହିଛି ଓ ରହିବ ବୋଲି ସେ କହିଥିଲେ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ରେ ମନ୍ତ୍ରୀପ୍ରତାପଜେନା,ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ ରାଉତ ପ୍ରମୁଖ ଯୋଗଦେଇଥିଲେ ।

Leave A Reply

Your email address will not be published.