ଭୁବନେଶ୍ବର,୨୦/୭(ଏସଏସନୀଉଜ)ବୌଦ୍ଧ ବାମଣ୍ଡା ନିକଟ ସୁନାଖାଇ ପୋଲ ତଳକୁ ଖସିପଡିଛି ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରମାନଙ୍କୁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ବସଟି ଭୁବନେଶ୍ବରରୁ ମାଲକାନଗିରି ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି । ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ୟ୍ୟ କରିଛନ୍ତି ।ମହାଦେବ ନାମକ ଘରୋଇ ବସ୍ ଭୁବନେଶ୍ଵରରୁ ମାଲକାନଗିରି ଅଭିମୁଖେ ଯାତ୍ରା କରୁଥିଲା। ଏଥିରେ ୬୦ରୁ ଅଧିକ ଯାତ୍ରୀ ଥିଲେ।ତେବେ ବିଳମ୍ୱିତ ରାତିରେ ବାମଣ୍ଡା ନିକଟରେ ସୁନାଖାଇ ପୋଲ ତଳକୁ ଖସିପଡିଥିଲା। ଖବର ପାଇ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ପୋଲିସ୍ ପହଞ୍ଚିଥିଲେ। ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀ କର୍ମଚାରୀ ପ୍ରାୟ ୨ରୁ ୩ ଘଣ୍ଟା ଧରି ଉଦ୍ଧାର କାର୍ୟ୍ୟ ଜାରି ରହିଥିଲା। ଗୁରୁତରଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି।କିଛି ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରଯାଇଛି।ତେବେ ବସ୍ରେ ଥିବା
ଯାତ୍ରୀଙ୍କ କହିବା ଅନୁଯାୟୀ, ଗାଡ଼ି ଚଳାଉଥିବା ବେଳେ ଡ୍ରାଇଭର ନିଶାସକ୍ତ ଅବସ୍ଥାରେ ଥିଲେ। ଫଳରେ ସେ ନିୟନ୍ତ୍ରଣ ହରାଇ ବସିବାରୁ ଗାଡ଼ିଟି ପୋଲ ତଳକୁ ଖସି ପଡ଼ିଥିଲା। ବସ୍ ଦୁର୍ଘଟଣା ପରେ ଡ୍ରାଇଭର ଓ କଣ୍ଡକ୍ଟର ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ସୂଚନା ମିଳିଛି । ବୌଦ୍ଧ ପୋଲିସ ତଦନ୍ତ ଜାରି ରଖିଛି ।ବିୟୁରୋ ରିପୋର୍ଟ ସତ୍ୟସନ୍ଧାନ
