ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ମମତା ବାନାର୍ଜୀ

0 203

ଭୁବନେଶ୍ୱର,୨୭/୭(ଏସଏସନିୟୁଜ) ଲୋକକଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୋଦୀଙ୍କୁ ଭେଟିଛନ୍ତି । ଜନସଂଖ୍ୟା ଅଧାରରେ ପଶ୍ଚିମବଙ୍ଗକୁ କମ ଟୀକା ମିଳୁଥିବା ବେଳେ ଟୀକା ଯୋଗାଇବାକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି ମମତା ।ଏହାସହ ରାଜ୍ୟର ନାମ ପରିବର୍ତ୍ତନ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରିଛନ୍ତି ମମତା ।ପ୍ରଧାନମନ୍ତ୍ରୀ ଏହା ଉପରେ ଚିନ୍ତା କରିବେ ବୋଲି କହିଥିବା କହିଛନ୍ତି ମମତା । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ଦିଲ୍ଲୀରେ ମୋଦୀଙ୍କ ସହ ମମତାଙ୍କର ଏହା ପ୍ରଥମ ବୈଠକ ।

Leave A Reply

Your email address will not be published.