ପ୍ରକାଶ ପାଇଲା ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ

ଭୁବନେଶ୍ୱର, ୨୦/୧୧(ଏସଏସନିୟୁଜ) ପ୍ରକାଶ ପାଇଛି ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ । ପରୀକ୍ଷା ଦେଇଥିବା ମୋଟ ୧୨,୩୨୧ ଜଣ ଛାତ୍ରଛାତ୍ରୀ ଙ୍କ ମଧ୍ୟରୁ ୮୪୬୦ ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ପାସ୍ କରିଛନ୍ତି । କଳାରେ ୬୩୧୦ ଜଣ ଛାତ୍ରଛାତ୍ରୀ ପାସ କରିଥିବାବେଳେ ବିଜ୍ଞାନରେ ୧୫୦୧, ବାଣିଜ୍ୟରେ ୪୨୨ ଏବଂ ଧନ୍ଦାମୂଳକ ଶିକ୍ଷାରେ ୨୨୭ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ପରୀକ୍ଷାରେ ଛାତ୍ରମାନଙ୍କ ପାସହାର ୬୨.୭ ପ୍ରତିଶତ ରହିଥିବାବେଳେ ଛାତ୍ରୀମାନଙ୍କର ପାସହାର ୬୭.୭୬ ପ୍ରତିଶତ ରହିଛି ।ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷାରେ ପାସହାର ରହିଛି ୬୮.୬୬ ପ୍ରତିଶତ । ତେବେ ଏହି ପରୀକ୍ଷାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀମାନଙ୍କର ପ୍ରଦର୍ଶନ ଭଲ ରହିଛି ।

- Advertisement -

Leave A Reply

Your email address will not be published.