ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ

0 325

ଭୁବନେଶ୍ୱର,୯/୫(ଏସ ଏସ ନିଉଜ)ମାଟ୍ରିକ ପରୀକ୍ଷାରେ ପ୍ରାୟ ୪୬ ହଜାର ପିଲା ଅନୁପସ୍ଥିତ ପ୍ରସଙ୍ଗ ରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ।ସେ କହିଛନ୍ତି କୋଭିଡ଼ ହେତୁ ସବୁ ପିଲାଙ୍କ ଫର୍ମ ଫିଲପ୍ ଫି ଛାଡ଼ କରିଥିଲେ ସରକାର ।
୮ମରୁ ଦଶମ ପର୍ଯ୍ୟନ୍ତ ପିଲା ସିଧାସଳଖ ଯାଇଥିବାରୁ ସମସ୍ତଙ୍କ ଫର୍ମଫିଲପ ହୋଇଛି ।ତେବେ ଫର୍ମଫିଲପ ହୋଇଥିବା ପିଲା କାହିଁକି ପରୀକ୍ଷା ଦେଲେନି, ତାହାର ତଦନ୍ତ ହେବ ।ପରୀକ୍ଷାରେ ଅନୁପସ୍ଥିତ କାରଣ ପାଇଁ ଡିଇଓ ଓ ବିଇଓଙ୍କୁ ତଦନ୍ତ ନିର୍ଦ୍ଦେଶ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.