ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ

0 168

ଭୁବନେଶ୍ବର, ୧୧ା୨(ଏସଏସନିଉଜ)ବରଗଡ଼ ଜିଲ୍ଲା ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି ।ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି ।ସୂଚନାଯୋଗ୍ୟଯେ , ଗତ ଉପନିର୍ବାଚନ ସମୟରେ ପାଇକମାଳର ଜନତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାଇକମାଳ ରେ ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ର ସ୍ଥାପନ କରିବା ପାଇଁ ଦାବୀ କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲୋଏହାଦ୍ୱାରା ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବାସହିତ ଜନସାଧାରଣଙ୍କୁ ଅଧିକ୍ ଉନ୍ମତ ସ୍ୱାସ୍ଥ୍ୟ ସେବା ମିଳିପାରିବା ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ ହେବୋପାଇକମାଳର ଜନସାଧାରଣ ସେ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବାରେ ଉନ୍ନତି ପାଇଁ ଦୀର୍ଘଦିନ ହେଲା ଦାବୀ କରିଆସୁଥିଲେ ।

 

Leave A Reply

Your email address will not be published.