ପୁଣି ୧୭୦ କରୋନା ପଜିଟିଭ ଚିହ୍ନଟ

0
70

ଭୁବନେଶ୍ୱର,୨୭/୬(ଏସଏସନିୟୁଜ) ପୁଣି ୧୭୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୨୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।ଯାହାଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାବୃଦ୍ଧିପାଇ ୬୩୫୦ରେ ପହଁଚିଛି । ଚିହ୍ନଟ ହୋଇଥିବା ୧୭୦ ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୫୮, ନବରଙ୍ଗପୁରରୁ ୧୯, ଖୋର୍ଦ୍ଧାରୁ ୧୯,ରାୟଗଡ଼ାରୁ ୧୬, ଯାଜପୁରରୁ ୩, ମାଲକାନଗିରିରୁ ୫, ପୁରୀରୁ ୬, କଟକରୁ ୧୪, ନୟାଗଡ଼ରୁ ୩, ଗଜପତିରୁ ୧୬, ବରଗଡ଼ରୁ ଜଣେ, କେନ୍ଦ୍ରାପଡ଼ାରୁ ୬, ସମ୍ବଲପୁରରୁ ୨, କୋରାପୁଟରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣେ ଏନଡ଼ିଆରଏଫ ଯବାନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here