ପୁଣି ଆସୁଛି ଲଘୁଚାପ

0 465

ଭୁବନେଶ୍ୱର,୨୩/୮ (ଏସ ଏସ ନିୟୁଜ )ଆଉ ଏକ ଲଘୁଚାପ ୨୪ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି ।ଏହାର ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହବାନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରା ଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି । ଏହାକୁ ନେଇ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ । ସମ୍ଭାବ୍ୟ ଲଘୁଚାପ ମୁକାବିଲା ଲାଗି ଓ ବନ୍ୟା , ଭୂସ୍ଖଳନ ପାଇଁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ବିଡିଓ, ତହସିଲଦାର, ଜଳସେଚନ ଓ ଡ୍ରେନେଜ ବିଭାଗ ଯନ୍ତ୍ରୀମାନେ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ।

Leave A Reply

Your email address will not be published.