ପୁଣି ବଢିଲେ ୭୫

0 271

ଭୁବନେଶ୍ୱର.୭/୫(ଏସ୍‌ଏସ୍‌ନିୟୁଜ)ରାଜ୍ୟରେ ଆଉ ୭୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ସେହିପରି ଆଉଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ୫୫ ବର୍ଷିୟ ପୁରୁଷ । ସେ କେରାନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ଏହାକୁ ମିଶାଇ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ତେବେ ଏହି ନୂଆ ଆକ୍ରାନ୍ତମାନଙ୍କ ମଧ୍ୟରୁ ୭୨ ଜଣ ବିଭିନ୍ନ ସଂଗରୋଧରେ ଥିବା ବେଳେ ୩ଜଣ ସ୍ଥାନୀୟ ଲୋକ ଅଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୮ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.