ପୁଣି ରାଜ୍ୟରେ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ

0 215

ଭୁବନେଶ୍ବର:୨୦/୪(ଏସଏସଏନ୍)ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ଦୁଇ ଦିନ ଧରି ଅପରିବର୍ତ୍ତିତ ରହିଥିବାବେଳେ ସୋମବାର ଆଉ ୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚିଛନ୍ତି। ନୂଆ ୭ ରୋଗୀଙ୍କ ମଧ୍ୟରୁ ୫ ଜଣ ଭଦ୍ରକ ଜିଲାର ଏବଂ ଅନ୍ୟ ୨ ଜଣ ବାଲେଶ୍ଵର ଜିଲାର ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଠାବ କରିବାକୁ ଉଦ୍ୟମ ଚାଲିଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଗତକାଲି ସୁଦ୍ଧା ମୋଟ୍‍ ୧୦ ହଜାର ୬୪୧ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ୬୮ଟି ନମୁନା ପଜିଟିଭ୍‍ ଆସିଛି। ଏବେ ସକ୍ରିୟ ଭାବେ ୪୩ଜଣଙ୍କୁ ରାଜ୍ୟର ବିଭିନ୍ନ ସ୍ୱତନ୍ତ୍ର କୋଭିଡ୍‍ ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ବେଳେ ୨୪ଜଣଙ୍କୁ ସୁସ୍ଥ ହେବା ପରେ ଡିସ୍‍ଚାର୍ଜ କରାଯାଇଛି। ପୂର୍ବରୁ ଏହି ସଂକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିଲା।ରାଜ୍ୟରେ ସୋମବାର ଆଉ ୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚିଛନ୍ତି।୫ ନୂଆ ଆକ୍ରାନ୍ତ ଠାବ ହେବା ପରେ ଭଦ୍ରକ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛନ୍ତି। ସୋମବାର ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ୫ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ବାସୁଦେବପୁର ବ୍ଲକର ୩ ଓ ଭଣ୍ଡାରୀପୋଖରି ବ୍ଲକର ୨ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବା ସହିତ କଟକଣା ଜାରି କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି।

 

Leave A Reply

Your email address will not be published.