ପୁଣି ବଡ଼ ଟ୍ରେନ ଦୁର୍ଘଟଣା

ଭୁବନେଶ୍ୱର,୧୮ା୭(ଏସଏସନିଉଜ)ପୁଣି ବଡ଼ଧରଣର ରେଳ ଦୁର୍ଘଟଣା ଉତ୍ତର ପ୍ରଦେଶରେ ଘଟିଛି । ଉତ୍ତରପ୍ରଦେଶର ଗୋଣ୍ଡା ଜିଲ୍ଲା ନିକଟରେ ଦିବ୍ରୁଗଡ-ଚଣ୍ଡିଗଡ଼ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଚଣ୍ଡିଗଡ଼-ଦିବ୍ରୁଗଡ ଏକ୍ସପ୍ରେସର ଛଅଟି କୋଚ୍ ଲାଇନଚ୍ୟୁତ ହୋଇଛି । ଅନେକ ଗୁଡ଼ିଏ ବଗି ଓଲଟି ପଡ଼ିଥିବା ଦେଖିବାକୁ ମିଳିଛି ।ତେବେ ଏହି ଦୁର୍ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବା ସୂଚନା ମିଳୁଛି । ତେବେ ସରକାରୀ ଭାବେ ଆହତଙ୍କ ସଂଖ୍ୟା ତିନି ରହିଛି । ବୁଧବାର ରାତି ୧୧.୩୫ ରେ ଚଣ୍ଡିଗଡ଼ ଷ୍ଟେସନରୁ ବାହାରିଥିବା ଏହି ଟ୍ରେନ୍ ଆସାମର ଦିବ୍ରୁଗଡ ଅଭିମୁଖେ ଯାତ୍ରା କରୁଥିଲା । ପ୍ରଶାସନ ତରଫରୁ ରିଲିଫ ଏବଂ ଉଦ୍ଧାର କାର‌୍ୟ୍ୟ ଚାଲିଛି ।

- Advertisement -

Leave A Reply

Your email address will not be published.