ପୁଣି ବଢ଼ିବ ବର୍ଷା

0 159

ଭୁବନେଶ୍ୱର,୧୯/୬(ଏସଏସନିୟୁଜ) ୨୧ ତାରିଖରୁ ପୁଣି ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଗତକାଲି ପଶ୍ଚିମବଙ୍ଗ ଉପରେ ରହିଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଉ ଏକ ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି । ଓଡ଼ିଶା ଉପରେ ରହିଥିବା ସିଜିନାଲ୍ ଟ୍ରପ୍‌-ଲାଇନ୍ ଏବେ ଲଘୁଚାପ କ୍ଷେତ୍ର ଦେଇ ଗତି କରୁଛି ।ଫଳରେ ୨୧ ତାରିଖ ଆଡ଼କୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.