ପୂର୍ବତନ ବାଚସ୍ପତି ସୂର୍ଯ୍ୟପାତ୍ରଙ୍କ ପରଲୋକ

0 173

ଭୁବନେଶ୍ୱର,୨ା୯ (ଏସଏସନିଉଜ) ବିଧାନସଭାର ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ଘଟିଛି । ଏକ ଘରୋଇହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶ୍ରୀ ପାତ୍ର ଶେଷନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି । ଆଜି ସନ୍ଧ୍ୟା୭ଟା ୩୧ ମିନିଟରେ ଶ୍ରୀ ପାତ୍ରଙ୍କର ପରଲୋକ ଘଟିଛି । ଶାରୀରିକ ଅସୁସ୍ଥତା କାରଣରୁ କିଛିଦିନ ହେଲା ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେ ବିଜେଡି ଟିକେଟରେ ବିଧାୟକ ଭାବେ ଏକାଧିକ ଥର ନିର୍ବାଚିତ ହୋଇଥିବାବେଳେ ସେ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିଲେ ।

Leave A Reply

Your email address will not be published.