ପୁରୁଷ ହକି ବିଶ୍ବକପ୍ ପାଇଁ ସର୍ବଦଳୀୟବୈଠକ

0 159

ଭୁବନେଶ୍ୱର,୨୨୧୧୨(ଏସଏସନିଉଜ)୨୦୨୩ ପୁରୁଷ ବିଶ୍ବକପ୍ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍ଭେନସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାରେ କ୍ରୀଡା ମହୋତ୍ସବର ସଫଳତା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଥିଲେ ।
ବିଶ୍ବକପ୍ ହକି ୨୦୨୩ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବିଶ୍ବକପ୍ ହକି ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଭାରତ ସରକାରଙ୍କୁ ବିଶେଷକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଥିଲେ । ବିଶ୍ଵକପହକିର ଆୟୋଜନରେ କେବଳ ଓଡ଼ିଶା ନୂହେଁ ସାରା ଦେଶର ସମ୍ମାନ ଜଡିତ .ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।ଆଲୋଚନାରେ ଭାଗ ନେଇ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଲଗାତର ଭାବେ ଦ୍ବିତୀୟ ଥର ବିଶ୍ବକପ୍ର ଆୟୋଜନ ସାରା ବିଶ୍ବରେ ଓଡିଶାର ପ୍ରତିଷ୍ଠା ବୃଦ୍ଧି କରିଛି ବୋଲି ମତ ଦେଇ କ୍ରୀଡାର ଏହି ଉନ୍ନତି ଦିଗରେ ସରକାରଙ୍କ ଉଦ୍ୟମ ପାଇଁ ସାଧୁବାଦ ଜଣାଇଥିଲେ ।
ବୈଠକରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , କଂଗ୍ରେସ ବିଧାୟକଦଳରନେତା ନରସିଂହ ମିଶ୍ର ,କଂଗ୍ରେସ ଦଳର ଉପସଭାପତି ସନ୍ତୋଷ ସିଂ ସାଲୁଜା, ବିଜୁ ଜନତାଦଳର ଉପସଭାପତି ପ୍ରସନ୍ନଆଚାର‌୍ୟ୍ୟ ଓ ଦେବୀପ୍ରସାଦ ମିଶ୍ର, ବିଜେଡିର ସଂଗଠନସଂପାଦକ ପ୍ରଣବ ପ୍ରକାଶ ଦାସ, ବିଜେପିର ରାଜ୍ୟସଭାପତି ସମୀରମହାନ୍ତି, ସିପିଆଇର ସାଧାରଣ ସଂପାଦକ ରାମକୃଷ୍ଣ ପଣ୍ଡା, ବିଧାୟକ ତାରାପ୍ରସାଦ ବାହିନୀପତି, ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସିପିଆର ଅଳିକିଶୋର ପଟ୍ଟନାୟକ, ଅଭୟ ସାହୁ, ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା, ଆପ୍ର ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର, ଆରଜେଡିର ସଭାପତି ହେମନ୍ତ କୁମାର ପ୍ରମୁଖ ଭାଗ ନେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।କ୍ରୀଡା ମନ୍ତ୍ରୀ ଶ୍ରୀ ତୃଷାରକାନ୍ତି ବେହେରା ବୈଠକକୁ ସଂଯୋଜନା କରିଥିଲେ।କ୍ରୀଡା ସଚିବ ଆର. ଭିନିଲକ୍ରିଷ୍ଣା ଆଗାମୀ ୧୩ ତାରିଖରୁ ୨୯ ତାରିଖପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ବୈଠକରେ ଉପସ୍ଥାପନା କରିଥିଲେ ।ଏହିକାର୍ଯ୍ୟକ୍ରମର ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଉପସ୍ଥିତ ରହି ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.