ଭୁବନେଶ୍ୱର,୧୪।୨(ଏସ ଏସ ନିଉଜ)କେନ୍ଦ୍ରର ଅତିରିକ୍ତ ୫ କେଜି ଚାଉଳ କାଟକୁ ବିରୋଧ କରି ବିଜେଡି ପକ୍ଷରୁ ତିନିଦିନିଆ ପ୍ରତିବାଦ ଆରମ୍ଭ ହୋଇଛି । ଆଜି ପ୍ରଥମ ଦିନରେ ଭୁବନେଶ୍ୱର ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ଧରଣା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ବନ୍ଦ ହେବାରୁ ଗରିବଙ୍କୁ ମିଳୁଥିବା ୫ କେଜି ଚାଉଳ ବନ୍ଦ ହୋଇଯାଇଛି। ଏଥି ଯୋଗୁଁ ଧାନ କ୍ରୟ କ୍ଷତିଗ୍ରସ୍ତ ହେବ ଓ କୃଷକଙ୍କ ସର୍ବନିମ୍ନ ସହାୟକ ମୂଲ୍ୟ ପାଇବାରୁ ବଞ୍ଚିତ ହେବେ ବୋଲି ଦଳୀୟ କର୍ମୀମାନେ ଅଭିଯୋଗ କରିଛନ୍ତି।ଏହାସହ ଏକ ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ରାଜ୍ୟପାଳଙ୍କୁ ଦାବିପତ୍ର ଦିଆଯିବ। ଆସନ୍ତାକାଲି ପଞ୍ଚାୟତ କାର୍ଯ୍ୟାଳୟସମ୍ମୁଖରେ,ଫେବୃଆରୀ ୧୬ ତାରିଖରେ ବ୍ଲକ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।
