ରବିବାରର ରାଶିଫଳ

0 609

ମଇ ମାସ ୧୫ ତାରିଖ ୨୦୨୨ ମସିହା(ରବିବାର)
ବୈଶାଖ-ଶୁକ୍ଳପକ୍ଷ,ତିଥି- ଚତୁର୍ଦ୍ଦଶୀ ଦିବା ଘ୧୨/୫୫ ପର୍ଯ୍ୟନ୍ତ ତଦନ୍ତେ ପୂର୍ଣିମା, ବୃଷ ସଂକ୍ରାନ୍ତି,ସୁର୍ୟୋଦୟ-ପ୍ରାତଃ ଘ୦୫/୧୫/୪୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୦/୨୯,ମେଷ ରାଶିର ଘାତବାର,ଚତୁର୍ଦ୍ଦଶୀ ଓ ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିରି ଦିବା ଘ ୧୨/୫୫ ପର୍ଯ୍ୟନ୍ତ ତଦନ୍ତେ ଆମିଷ ଭକ୍ଷଣ ନିଷେଧ।
ମେଷ👉:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟି ପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହ ଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକି ଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।
ବୃଷ👉:-ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶ ରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟ କତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡି ପାରନ୍ତି। ପଡୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମିଥୁନ👉:-ବନ୍ଧୁମାନଙ୍କ ସାହାଯ୍ୟରେ ଭାଙ୍ଗି ପଡିଥିବା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସ୍‌ର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବନ୍ଧୁଙ୍କ ପ୍ରତିଶ୍ରୁତି ଦେଇ ଶେଷ ରେ ନାସ୍ତିବାଣୀ ଶୁଣାଇବେ।
କର୍କଟ👉:- ଭାବପ୍ରବଣତା ବଶତଃ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡି ପରିଶେଷରେ ଅନୁତାପ କରି ପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରି ନେଇ ପାରନ୍ତି। ଶିଳ୍ପ, ରପ୍ତାନି ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ସିଂହ👉:-ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବାପାଇଁ ପଡୋଶୀଙ୍କ ସାହାଯ୍ୟ ଆବଶ୍ୟ ମନେ କରିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।
କନ୍ୟା👉:-ପାରିବାରିକ ସ୍ତରରେ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନ ରେ ପୁରାତନ ରୋଗର ପୀଡା ଅନୁଭବ କରି ପାରନ୍ତି। ସାହି ତ୍ୟ,କଳା, କ୍ଷେତ୍ରରୁ ପ୍ରଶଂସିତ ହେବେ।
ତୁଳା👉:-ଆନୁଷ୍ଠାନିକ କାମରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମା ଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍‌ଖୋର ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା👉:-ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମା ଧାନ ହୋଇପାରିବ। ପାରିବାରିି କ ସମସ୍ୟାର ସରଳ ସମାଧାନ କରିବାରେ ପଡୋଶୀ ଙ୍କ ଅବ ଦାନ ସ୍ମରଣୀୟ ରହିବ। ଗତ କାଲି ଠାରୁ ଭାବୁଥିବା କାମଟିକୁ ଆଜିହିଁ ଶେଷ କରିପାରିବେନ।
ଧନୁ👉:-ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବା ସହ ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ବିବାଦୀୟ ପରିସ୍ଥିତିରେ ଘଟ ଣାର ଗୁରୁତ୍ୱ ନବୁଝି ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି।
ମକର👉:-ବନ୍ଧୁଙ୍କ ଆନ୍ତରିକତା ର ପରାମର୍ଶକୁ ନିର୍ବିବାଦରେ ଗହଣ କରିନେଲେ ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତି ନେଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ସମସ୍ୟା ସମା ଧାନ କରିପାରିବେ।
କୁମ୍ଭ👉:-ସରଳ ଭାବରେ କୌଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇ ଲେ ଉପକୃତ ହୋଇପାରିବେ। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟ ରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମୀନ👉:-ଆଜି ଲକ୍ଷ୍ୟ ପୂରଣ ହେବାରେ ଜଣେ ଅଜଣାବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। କୈାଣସି କ୍ଷେତ୍ର୍ରରେ ଆଜି ତର ବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ପାରିବାରିକ ଅଶାନ୍ତି ଦେଖାଦେଇପାରେ।
!! ଯିଏ ଅତ୍ୟଧିକ ଗର୍ବ କରେ ତାର ସେ ଗର୍ବ ହିଁ ରହେ ନାହିଁ, ଦିନେ ନା ଦିନେ ତା ଗର୍ବ ଭାଙ୍ଗିଯାଏ, ନିଜର ଅହଂକାର ତୁଟେ । ସେତେବେଳେ ସେ ନିଜ ପାଇଁ ସ୍ଥାନ ଖୋଜି ପାଏନାହିଁ । କାରଣ କେହି ତାକୁ ପାଖ ପଶେଇବାକୁ ରାଜି ହୁଅନ୍ତି ନାହିଁ ।ଜୀବନରେ ସର୍ବଦା କାମ ଲୋଭ ଏବଂ ମନ ଏମାନଙ୍କ ଉପରେ ସର୍ବଦା ଆୟତ୍ତ ରଖିବା ଉଚିତ୍ ।”ସମୟ “ର ହାତ ନଥାଏ କିନ୍ତୁ ସେ ବେଳେ ବେଳେ ଏମିତି ଚାପୁଡା ମାରେ ଯେ ସାରା ଜୀବନ ମନେ ରହେ ।ବୟସ ୧୫ ହେଉ ବା ୬୫ ସମ୍ମାନ ତାଙ୍କୁ କରନ୍ତୁ ଯାହାଙ୍କ ଆଚରଣ ଭଲ 🙏🏻ଜୟ ଜଗନ୍ନାଥ,ଜୟ ସୋମନାଥ🙏🏻

Leave A Reply

Your email address will not be published.