ପୁରୀ,୧।୭(ଏସଏସନିଉଜ)ମହାଲକ୍ଷ୍ମୀଙ୍କୁ ଶ୍ରୀମନ୍ଦିରରେ ଛାଡିଦେଇ ଶ୍ରୀଜଗନ୍ନାଥ ରଥଯାତ୍ରାରେ ଭାଇଭଉଣୀଙ୍କୁ ଧରି ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଆସିଛନ୍ତି । ଏଥିରେ ଅଭିମାନକରି ହେରାପଞ୍ଚମୀ ଦିନ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଆସି ରାଗରେ ନନ୍ଦିଘୋଷରଥ ଭାଙ୍ଗିବେ ମାଲକ୍ଷ୍ମୀ।ଏଠାରେମହାଲକ୍ଷ୍ମୀଙ୍କୁ ବନ୍ଦାପନା ନୀତି କରାଯାଇଥାଏ ।ପରେ ଲକ୍ଷ୍ମୀ ଜୟବିଜୟ ଦ୍ୱାର ନିକଟରେ ବିଜେହେବା ପରେ ତାଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ପ୍ରଦାନ କରାଯାଇଥାଏ । ଏହାପରେ ନାକଚଣାଦ୍ୱାର ଦେଇ ମହାଲକ୍ଷ୍ମୀ ହେରାଗୌରୀ ସାହିବାଟେ ଶ୍ରୀମନ୍ଦିରକୁ ଯାଇଥାନ୍ତି। ଏହାପରେ ଆଡପମଣ୍ଡପରେ ଲକ୍ଷ୍ମୀନାରାୟଣ ବନ୍ଦାପନା କାର୍ଯ୍ୟ ଅନୁଷ୍ଠିତ ହୋଇଥାଏ ।
