ସାବଧାନ ହୋଇଯାଆନ୍ତୁ!

0 248

ଭୁବନେଶ୍ୱର, ୧୩/୬(ଏସନିଉଜ)ସାବଧାନ ହୋଇଯାଆନ୍ତୁ ! ଖୁବଶୀଘ୍ର କାର‌୍ୟ୍ୟକାରୀ ହେବାକୁ ଯାଉଛି ସଫ୍ଟୱେର ଆଧାରିତ ରାଡାର ଇଣ୍ଟରସେପ୍ଟର ବ୍ୟବସ୍ଥା ।ଏହାଦ୍ୱାରା ଟ୍ରାଫିକ ନିୟମ ଉଲ୍ଲଂଘନ, ବେପରୁଆ ଓ ଦ୍ରୁତଗତିରେ ଗାଡ଼ି ଚଳାଉଥିବା ଗାଡ଼ିଚାଳକମାନେ ଆଉ ଖସି ପାରିବେନି । ପରିବହନ ବିଭାଗ ପକ୍ଷରୁ ଏହି ସଫ୍ଟୱେର ପ୍ରସ୍ତୁତ କରିବା ପାଇଁ ଆଇଆଇଟି, ଭୁବନେଶ୍ୱର ସ୍କୁଲ ଅଫ୍ ଇଲେକ୍ଟ୍ରିକାଲ ସାଇନ୍ସକୁ କୁହାଯାଇଛି । ତେବେ ଆସନ୍ତା ସପ୍ତାହରୁ ଏହାର ପରୀକ୍ଷଣ ଆରମ୍ଭ ହେବାକୁ ଯାଉଛି । ଜାତୀୟ ରାଜପଥରେ ନିୟୋଜିତ ଥିବା ଇଣ୍ଟରରସେପ୍ଟର ଗାଡ଼ିର ରିପୋର୍ଟ ଅନୁଯାୟୀ । ଗାଡ଼ିର ସଠିକ୍ ଗତି ମାପିବା ଓ ଫଟୋ ଉତ୍ତୋଳନ କରିବାରେ ତ୍ରୁଟି ରହୁଥିବାରବହୁଅଭିଯୋଗମାନ ଆସିବାପରେ ଏହାର ପରିକଳ୍ପନା କରାଯାଇଛି ।

Leave A Reply

Your email address will not be published.