ସାଧାରଣତନ୍ତ୍ର ଦିବସରେ କେଉଁଠାରେ କିଏ ଉଡାଇବେ ଜାତୀୟ ପତାକା

0 215

ଭୁବନେଶ୍ୱର,୨୧/୧(ଏସଏସନିୟୁଜ) ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରସ୍ଥିତ ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପତାକା ଉତ୍ତୋଳନ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ ଦେବେ। କଟକରେ ପରିବେଶ ଓ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପୁରୀରେ ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ସମ୍ବଲପୁରରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ , ନୟାଗଡ଼ରେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁରରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ମୟୂରଭଂଜର ବାରିପଦାରେ ଖାଦ୍ୟ ଓ ଉପଭୋକ୍ତା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବରଗଡ଼ରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଅନୁଗୁଳରେ ପଞ୍ଚାୟତିରାଜ ଓ ନଗର ଉନ୍ନୟନ ପ୍ରତାପ ଜେନା ଓ ସୁବର୍ଣ୍ଣପୁରରେ କୃଷି ମନ୍ତ୍ରୀ ଅରୁଣ ସାହୁ, ସୁନ୍ଦରଗଡ଼ରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, ଗଂଜାମରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ମାଲକାନଗିରିରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସରକା, ରାୟଗଡ଼ାରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବାଲେଶ୍ୱରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, କେନ୍ଦ୍ରାପଡ଼ାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, କନ୍ଧମାଳର ଫୁଲବାଣୀ ଠାରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ନବରଂଗପୁରରେ ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଓ କୋରାପୁଟରେ କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଜାତୀୟ ପତାକା ଉତ୍ତୋଳନ କରିବେ।

 

 

Leave A Reply

Your email address will not be published.