ସକାଳେ ମନ୍ତ୍ରୀ ସନ୍ଧ୍ୟାରେ ସଚିବ ବିଦାହେଲେ

0 123

ଭୁବନେଶ୍ୱର,୯ା୬(ଏସଏସନିଉଜ) ଆଜି ସକାଳେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମନ୍ତ୍ରିମଣ୍ଡଳରୁ ବିଦା କରିଥିବାବେଳେ ଏବେ ସଚିବ ବିଷ୍ଣୁପଦ ସେଠୀଙ୍କୁ ବଦଳି କରାଯାଇଛି । ଉଚ୍ଚଶିକ୍ଷା ବିଭାଗର ସଚିବଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି(ଅଫିସର ଅନ ସ୍ପେଶାଲ ଡ୍ୟୁଟି) ଭାବେ ବଦଳି କରାଯାଇଛି । ଵିଷ୍ଣୁପଦଙ୍କ ସ୍ଥାନରେ ଆଇଏଏସ୍ ଅରବିନ୍ଦ ଅଗ୍ରଓ୍ବାଲଙ୍କୁ ଉଚ୍ଚଶିକ୍ଷା ଦାୟିତ୍ବ ଦିଆଯାଇଥିବାବେଳେ ଅର୍ଥ ସଚିବ ବିଶାଳ ଦେବଙ୍କୁ ଓଏଚ୍‌ପିସିର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଉଚ୍ଚଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ହଟାଇଥିଲେ ବୋଲି କୁହାଯାଉଛି ।

Leave A Reply

Your email address will not be published.