ଶଙ୍ଖ ଧରିଲେ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ବର, ୧୦/୧୨(ଏସଏସନିୟୁଜ) କଂଗ୍ରେସର ଟାଣୁଆ ଆଦିବାସୀ ନେତା ତଥା ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି । ବହୁ ସମର୍ଥକମାନଙ୍କ ସହ ସେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ମିଶ୍ରଣ ପର୍ବରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ପ୍ରତାପ ଦେବ ଓ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ ସେ ଦଳରେ ମିଶିଛନ୍ତି । ତଳସରା ନିର୍ବାଚନମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇଥିବାବେଳେ ୨୦୧୯ରେ ସେ ହାରିଯାଇଥିଲେ ।

- Advertisement -

Leave A Reply

Your email address will not be published.