ଭୁବନେଶ୍ବର,୧୪/୬(ଏସଏସନିଉଜ) ଆଉ କିଛି ସମୟ ଭିତରେ ରାହୁଲ ସୁରକ୍ଷିତ ଭାବେ ଉଦ୍ଧାର ହେବ । ଦୀର୍ଘ ୯୦ ଘଣ୍ଟାରୁ ଅଧିକ ସମୟ ପରେ ମଧ୍ୟ ୮୦ ଫୁଟ୍ ଗଭୀର ନଳକୂପରେ ଖସି ପଡ଼ିଥିବା ୧୦ ବର୍ଷର ମୂକ ବଧିକ ବାଳକ ଉଦ୍ଧାର ପାଇବା ଆଶା ଉଜ୍ଜୀବିତ ହୋଇଛି। ଶେଷ ସମୟ ସୁଦ୍ଧା ରାହୁଲଙ୍କ ଅତି ନିକଟରେ ଉଦ୍ଧାରକାରୀ ଦଳ ପହଞ୍ଚି ସାରି ତା’ର ସ୍ବର ଶୁଣିଥିବାରୁ ସୁରକ୍ଷିତ ଭାବେ ତାକୁ ଉଦ୍ଧାର କରିବା ପାଇଁ ପ୍ରଶାସନ ଉଦ୍ୟମ ଚଳାଇଛି ବୋଲି ଜିଲ୍ଲାପାଳ ଜିତେନ୍ଦ୍ର ଶୁକ୍ଳା ସୁଚନା ଦେଇଛନ୍ତି । ଛତିଶଗଡ଼ ରାଜ୍ୟର ଜାଞ୍ଜଗିର-ଚାମ୍ପାର ମାଲଖାଦାରୁଆ ଥାନା ଅଧୀନରେ ଥିବା ପିରହ୍ରିଡ ଗାଁର ୧୦ବର୍ଷର ମୂକ-ବଧିର ବାଳକକୁ ଉଦ୍ଧାର ପାଇଁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ନିର୍ଦ୍ଦେଶକ୍ରମେ ଅପରେସନ୍ ଆରମ୍ଭ କରାଯାଇଥିଲା। ଗତ ଶୁକ୍ରବାର ଅପରାହ୍ନ ୪ଟା ସମୟରେ ଝାରସୁଗୁଡ଼ା ସୀମାକୁ ଲାଗି ଛତିଶଗଡ଼ ରାଜ୍ୟର ଜାଞ୍ଜଗିର-ଚାମ୍ପାର ମାଲଖାଦାରୁଆ ଥାନା ଅଧୀନରେ ଥିବା ପିରହ୍ରିଡ ଗ୍ରାମର ଝାରସୁଗୁଡ଼ା ସୀମାକୁ ଲାଗି ଛତିଶଗଡ଼ ରାଜ୍ୟର ଜାଞ୍ଜଗିର-ଚାମ୍ପାର ମାଲଖାଦାରୁଆ ଥାନା ଅଧୀନରେ ଥିବା ପିରହ୍ରିଡ ଗ୍ରାମର ରାହୁଲ ଉକ୍ତ ଗର୍ତ୍ତରେ ଖସିପଡ଼ିଥିଲେ।
