ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି !

ପୁରୀ,୩୧।୧୨(ଏସଏସନିଉଜ)ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ଆସିଛି।ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ ଦେଖାଦେଇଛି।ଟେବୁଲ୍ କ୍ୟାଲେଣ୍ଡର, ଓ୍ୱାଲ୍ କ୍ୟାଲେଣ୍ଡର ଓ ଡାଏରୀରେ ସମାନ ଚିତ୍ର ରହିଛି।ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା ଯାଇଛି।ପଟଚ୍ଚିତ୍ରରେ ଅଙ୍କା ଯାଇଥିବା ଚିତ୍ରକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବୁଦ୍ଧିଜୀବୀ।ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟର ଫଟୋରେ ମଧ୍ୟ ତ୍ରୁଟି ଦେଖାଦେଇଛିପ୍ରଥମେ ଦେବୀ ସୁଭଦ୍ରା, ପରେ ଶ୍ରୀଜଗନ୍ନାଥ ଓ ଶେଷରେ ଶ୍ରୀବଳଭଦ୍ରଙ୍କ ରଥଟଣା ଚିତ୍ର ରହିଥିବାର ଅଭିଯୋଗ ଆସିଛି।

- Advertisement -

Leave A Reply

Your email address will not be published.