ସୃଷ୍ଟିହେଲା ଲଘୁଚାପ

0 374

ଭୁବନେଶ୍ୱର,୬/୫(ଏସ ଏସ ନିଉଜ) ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥୁବା ନେଇ ଟ୍ୱିଟ୍ କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବାତ୍ୟାର ଚିତ୍ର ସ୍ପଷ୍ଟ ହୋଇପାରିବା ସହ କେଉଁ ଦିଗରେ ଗତି କରିବ ଓ କେଉଁଠାରେ ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହେବ ବୋଲି ଜଣାପଡିଛି।

Leave A Reply

Your email address will not be published.